ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି । ଫଳରେ ସାରା ରାଜ୍ୟରେ ମେଘୁଆ ପାଗ ସାଙ୍ଗକୁ ବର୍ଷା ହେଉଥିବା ଜଣାପଡ଼ିଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି
ମଙ୍ଗଳବାର କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ସହିତ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାରେ ଭାରୀ ବର୍ଷା ଆଶଙ୍କା ଅଛି । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ସହିତ ବିଜୁଳି, ଘଡ଼ଘଡ଼ି ସମ୍ଭାବନା ପାଇଁ ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୪ ଓ ୫ ତାରିଖରେ ପଶ୍ଚିମ ଓଡ଼ିଶାର କିଛି ସ୍ଥାନରେ ଅଧିକ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।