ଭୁବନେଶ୍ୱର: ପୁଣି ଲଘୁଚାପ ବର୍ଷାରେ ବେହାଲ ହୋଇପାରେ ସାରା ରାଜ୍ୟ । ଆସନ୍ତାକାଲି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଉକ୍ତ ଲଘୁଚାପ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଯାହାର ପ୍ରଭାବରେ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଲଘୁଚାପ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ପବନର ବେଗ ବୃଦ୍ଧି ପାଇବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।
ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ପାଇଁ ରାଜ୍ୟର ଅଧିକାଂଶ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆଜି ବର୍ଷା ପାଇଁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବାବେଳେ ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା , ଗଞ୍ଜାମ , ଗଜପତି ଓ କନ୍ଧମାଳ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ପାଇଁ ରାଜ୍ୟବାସୀଙ୍କୁ ସତର୍କ ସୂଚନା ଦିଆଯାଇଛି ।