ଭୁବନେଶ୍ୱର; ଆଜିଠୁ ରାଜ୍ୟରେ ବଢିବ ବର୍ଷା । ୧୮ ରୁ ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ୧୮ ତାରିଖ ବେଳକୁ ଘୂର୍ଣ୍ଣିବଳୟ ହେବା ନେଇ ଅନୁମାନ କରାଯାଉଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି ।
୨୦ ତାରିଖ ଯାଏ ରାଜ୍ୟରେ ମେଘୁଆ ପାଗ ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ । ଆଜି ମଧ୍ୟ ନବରଙ୍ଗପୁର,କନ୍ଧମାଳ, କଳାହାଣ୍ତି, ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କତା ଜାରି କରାଯାଇଛି ।
ଆସନ୍ତା ୨୦ ତାରିଖ ପରେ ଉତ୍ତର ଓ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ମୌସୁମୀ ଅଗ୍ରସର ହେବ । ତେବେ ରବିବାର ଗଜପତି, ରାୟଗଡ଼ା, କଳାହାଣ୍ଡି ଓ କୋରାପୁଟରେ ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ଫଳରେ ତାପାମାତ୍ର ଦୁଇରୁ ତିନି ଡିଗ୍ରୀ କମିବ ବୋଲି କହିଛି ପାଣିପାଗ କେନ୍ଦ୍ର ।