ଭୁବନେଶ୍ୱର: ରାଜ୍ୟବାସୀଙ୍କୁ ଅସହ୍ୟ ଗରମରୁ ସାମାନ୍ୟ ଟିକେ ତ୍ରାହି ମିଳିବ । ବଙ୍ଗୋପସାଗର ମଧ୍ୟରେ ଏକ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏ ନେଇ ସୂଚନା ଦେଇଛନ୍ତି ଆଞ୍ଚଳିକ ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ।
ପାଣିପାଗ ବିଭାଗର ଆକଳନ ଅନୁଯାୟୀ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣବଳୟ ସୃଷ୍ଟି ହୋଇ ଏହା ଲଘୁଚାପର ରୂପ ନେଇଛି । ଏହି ଲଘୁଚାପ ଆସନ୍ତାକାଲି ଯାଏଁ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ସାମାନ୍ୟ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ଏହା ପରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରୁ ୪୮ ଘଣ୍ଟା ଯାଏଁ ସାମାନ୍ୟ ଉତ୍ତର ଆଡ଼କୁ ଗତିକରିବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆଗାମୀ ସାତ ଦିନ ପର୍ଯ୍ୟନ୍ତ କିଛି ସ୍ଥାନରେ ବର୍ଷା ହେବାର ଆକଳନ କରାଯାଇଛି । ଆଜି ଠାରୁ ୧୧ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା ନେଇ ସମ୍ଭାବନା ରହିଛି ।
ଅଧିକ ପଢ଼ନ୍ତୁ-ବିଜେଡ଼ିରେ ବିଦ୍ରୋହ, ସୁପ୍ରିମୋ ଚୁପ୍: ପ୍ରଫୁଲ୍ଲ ଘଡ଼େଇ କହିଲେ ମୁହଁ ଖୋଲନ୍ତୁ ନବୀନ
୮ ତାରିଖ (ଆସନ୍ତାକାଲି) ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକ ସହିତ ମୟୁରଭଞ୍ଜ ଏବଂ କେଉଁଝରରେ କାଁ ଭାଁ ସ୍ଥାନରେ ସାମାନ୍ୟ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି । କିନ୍ତୁ ୯ ତାରିଖରେ ବର୍ଷାର ପରିମାଣ ସାମାନ୍ୟ ବଢ଼ିପାରେ । ୯ ତାରିଖରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା ସହିତ ମୟୁରଭଞ୍ଜ, କେଉଁଝର, ସୁନ୍ଦରଗଡ଼, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ ନବରଙ୍ଗପୁରରେ ବିଜୁଳି ଘଡ଼ଘଡ଼ି ସହିତ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ପବନ ବହିପାରେ । ସେହିପରି ୧୦ ଓ ୧୧ ତାରିଖରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ହାଲୁକାର ମଧ୍ୟମ ଧରଣର ବର୍ଷା ହେବା ହୋଇପାରେ । ଏମିତିକି ୧୨ ଓ ୧୩ ତାରିଖରେ ମଧ୍ୟରେ ବର୍ଷା ଜାରି ରହିବ ।
ଏହି ଆଗାମୀ ୨୪ ଘଣ୍ଟା ମଧ୍ୟରେ ତାପମାତ୍ରାରେ ବିଶେଷ କିଛି ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ । କିନ୍ତୁ ୨୪ ଘଣ୍ଟା ପରେ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରାରେ ହ୍ରାସ ଘଟିବ ବୋଲି କହିଛନ୍ତି ପାଣିପାଗ ବିଭାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି ।