ଝାଡ଼ଖଣ୍ଡ ଓ ସଂଲଗ୍ନବର୍ତ୍ତୀ ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ ଦୁର୍ବଳ ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା କ୍ରମଶଃ ଉତ୍ତରପଶ୍ଚିମ ଦିଗରେ ଗତି କରିବ । ୨୪ ଘଣ୍ଟାରେ ଲଘୁଚାପ ଆହୁରି ଦୁର୍ବଳ ହେବ। ୨୭ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ଉତ୍ତର ଓଡ଼ିଶାର କିଛି ଜିଲ୍ଲାର ସ୍ଥାନେ ସ୍ଥାନେ ୨୪ରୁ ପ୍ରବଳ ବର୍ଷା ଆଶଙ୍କା ଅଛି। ୨୬ରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ।
ଆଜି ବିଜୁଳି, ଘଡ଼ଘଡ଼ି ପାଇଁ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବହିବ ପବନ। ଉତ୍ତର ଓଡ଼ିଶାର କିଛି ଜାଗାରେ ଘଡ଼ଘଡ଼ି ସହ ୩୦-୪୦ କିମି ବେଗରେ ପବନ ଆଶଙ୍କା ନେଇ ସତର୍କ ସୂଚନା ଜାରି କରାଯାଇଛି । ଭୁବନେଶ୍ୱର ପାଣିପାଗ କେନ୍ଦ୍ର ଅନୁସାରେ ବର୍ତ୍ତମାନ ବର୍ଷା ପ୍ରକୋପ କମ୍ ରହିବ । ତେବେ ୨୪ରୁ ବର୍ଷା ପରିମାଣ ସାମାନ୍ୟ ବଢ଼ିବା ସହ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହୋଇପାରେ।