ଭୁବନେଶ୍ୱର: ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ଼ ଓ ସୁସଙ୍ଗଠିତ କରିବାକୁ ଲାଗୁ ହେବାକୁ ଯାଉଛି ଜାତୀୟ ଶିକ୍ଷା ନୀତି-୨୦୨୦ (ଏନ୍ଇପି) । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଗଣଶିକ୍ଷା ବିଭାଗର ନିଷ୍ପତ୍ତି ଅନୁଯାୟୀ ଜାତୀୟ କରିକୁଲମ୍ ଫ୍ରେମୱାର୍କ ସହିତ ଆଞ୍ଚଳିକ ବିଷୟ ବସ୍ତୁକୁ ପାଠ୍ୟ ଖସଡ଼ା ପ୍ରସ୍ତୁତ କରାଯିବ । ପୂର୍ବରୁ ଉଚ୍ଚ ଶିକ୍ଷା ବିଭାଗରେ ଜାତୀୟ ଶିକ୍ଷା ନୀତି ଲାଗୁ ହୋଇଛି ।