ଭୁବନେଶ୍ୱର: ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକ (ସ୍କିମାଟିକ)ମାନଙ୍କ ଦରମା ବୃଦ୍ଧି କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ । ବିଭାଗୀୟ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସାମାଜିକ ଗଣମାଧ୍ୟମ ଏକ୍ସ (‘X’) ରେ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେବା ସହିତ ଏହି ନିଷ୍ପତ୍ତି ଶିକ୍ଷାଦାତାଙ୍କୁ ସଶକ୍ତ କରିବା ସହିତ ପ୍ରାଥମିକ ଶିକ୍ଷାକୁ ସୁଦୃଢ କରିବ ବୋଲି କହିଛନ୍ତି ।
ସୂଚନା ଥାଉକି, ବୁଧବାର ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କ ମାସିକ ପାରିଶ୍ରମିକ ୧୧,୦୦୦ ଟଙ୍କା ରୁ ୧୬,୦୦୦ ଟଙ୍କା ବୃଦ୍ଧି କରାଯାଇଛି । ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ନିୟୋଜିତ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କୁ ମାସିକ ୧୧,୧୦୦ ଟଙ୍କା ପାରିଶ୍ରମିକ ଦିଆଯାଉଥିଲା ।
ଗତ ଜାନୁଆରୀ ୧୬ ତାରିଖରେ ମୁଖ୍ୟମନ୍ତ୍ରୀ ଏହି ବର୍ଗର ଶିକ୍ଷକମାନଙ୍କର ମାସିକ ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଥିଲେ । ଏହା ଦ୍ୱାରା ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଉନ୍ନତି ଆସିବା। ସହିତ ରାଜ୍ୟରେ ଏହି ବର୍ଗରେ ଥିବା ୧୩, ୭୪୦ ଶିକ୍ଷକ ଉପକୃତ ହେବେ ।
ଅଧିକ ପଢ଼ନ୍ତୁ- ଓଡ଼ିଆ ରାପର୍ ଅଭିନବ ସିଂହଙ୍କ ଆତ୍ମହତ୍ୟା, ସ୍ତ୍ରୀ ମାନସିକ ନିର୍ଯ୍ୟାତନା ଦେଉଥିବା ପରିବାର ଲୋକଙ୍କ ଅଭିଯୋଗ