କଟକ : ମେ ମାସ ୩ୟ ସପ୍ତାହ ସୁଦ୍ଧା ବାହାରିବ ମାଟ୍ରିକ ପରୀକ୍ଷା ଫଳ । ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି । ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇଙ୍କ କହିବା ଅନୁଯାଇ , ମାଟ୍ରିକ ପରୀକ୍ଷା ଖାତା ମୂଲ୍ୟାୟନରେ ସାମାନ୍ୟ ବିଳମ୍ବ ହୋଇଛି। ଫଳରେ ୨ ରୁ ୩ ଦିନ ଭିତରେ ସଂପୂର୍ଣ୍ଣ ଖାତା ଦେଖା ସରିବ । ଏଆଇ ଏବଂ କ୍ୟୁଆର୍ କୋର୍ଡ ଦ୍ୱାରା ପରୀକ୍ଷା ପରିଚାଳନା ସଫଳ ହୋଇଛି। ବିଜ୍ଞାନ ପ୍ରଶ୍ନପତ୍ରରେ ୪ ମାର୍କ କମ୍ ନେଇ କୌଣସି ସସମ୍ୟା ହେବ ନାହିଁ । ଗ୍ରେସ୍ ମାର୍କ ସମ୍ପର୍କରେ ପରିଚାଳନା କମିଟି ନିଷ୍ପତ୍ତି ନେବେ ବୋଲି ସେ କହିଛନ୍ତି।
ସୂଚନା ଅନୁସାରେ , ମାର୍ଚ୍ଚ ୧୯ରୁ ମାଟ୍ରିକ୍ ଖାତା ଦେଖା ଆରମ୍ଭ ହୋଇଥିଲା। ୩୦ ଜିଲାରେ ୩୧୩୩ ପରୀକ୍ଷା କେନ୍ଦ୍ର ସହ ୩୧୪ଟି ନୋଡାଲ୍ ସେଣ୍ଟର ବ୍ୟବସ୍ଥା କରାଯାଇଥିଲା। ସବୁ ସେଣ୍ଟରରେ ସିସିଟିଭି ଲାଗିଥିବା ବେଳେ ୬୦୦ ସେଣ୍ଟରରେ ଲାଇଟ୍ ବ୍ୟବସ୍ଥା କରାଯାଇଥିଲା। ମୋଟ ୫ ଲକ୍ଷ ୧୦ ହଜାର ୭୭୮ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି।