ଭୁବନେଶ୍ୱର: ଆଜି ସରୁଛି ମାଟ୍ରିକ ପରୀକ୍ଷା । ଶେଷ ଦିନରେ ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେବେ ଛାତ୍ରଛାତ୍ରୀ । ଚଳିତ ବର୍ଷ ପ୍ରାୟ ୫ ଲକ୍ଷରୁ ଉର୍ଦ୍ଧ୍ୱ ପରୀକ୍ଷାର୍ଥୀ ଦେଉଛନ୍ତି ପରୀକ୍ଷା । ପରୀକ୍ଷା ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହୋଇଥିଲା । ଶାନ୍ତି ଶୃଙ୍ଖଳାର ସହିତ ପରୀକ୍ଷା ଶେଷ କରିବା ପାଇଁ ବୋର୍ଡ ପକ୍ଷରୁ କଡ଼ାକଡ଼ି ବ୍ୟବସ୍ଥା କରାଯାଇଛି । ପରୀକ୍ଷାରେ କପିରେ ରୋକ ଲଗାଇବା ପାଇଁ ବୋର୍ଡ ପକ୍ଷରୁ ପ୍ରଶ୍ନପତ୍ରରେ କ୍ୟୁଆର କୋଡର ବ୍ୟବସ୍ଥା କରାଯାଇଛି । ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହେବ । ରାଜ୍ୟର ୩ ହଜାର ୧୩୩ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଚାଲିଛି । ୩୧୪ଟି ନୋଡାଲ ସେଣ୍ଟର କରାଯାଇଛି, ଯେଉଁଠି ପ୍ରଶ୍ନପତ୍ର ରଖାଯାଉଛି। ନୋଡାଲ ସେଣ୍ଟରରେ ମଧ୍ୟ ସିସିଟିଭି ଲଗାଯାଇଛି । ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ପରୀକ୍ଷାର୍ଥୀଙ୍କୁ କଡାକଡି ଯାଞ୍ଚ କରାଯାଇ ପରୀକ୍ଷା କେନ୍ଦ୍ରକୁ ଛଡାଯାଉଛି ।
ମାର୍ଚ୍ଚ ୧୯ରୁ ମାଟ୍ରିକ ପରୀକ୍ଷାର ଖାତା ଦେଖା ଆରମ୍ଭ ହେବ । ପ୍ରାୟ ୧୩ ଦିନ ପର୍ଯ୍ୟନ୍ତ ଖାତା ଦେଖା ଚାଲିବ । ଏହା ପରେ ପରୀକ୍ଷା ଫଳ ପ୍ରକାଶ ପାଇବ ।