ପୁରୀ : ଆଜି ଶ୍ରୀମନ୍ଦିର ପରିଚାଳନା କମିଟିର ଗୁରୁତ୍ବପୂର୍ଣ୍ଣ ବୈଠକ ବସିବ । ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଓ ଏସ୍ପି ଉପସ୍ଥିତ ରହିବେ। ପରିଚାଳନା କମିଟିର ସମସ୍ତ ସଦସ୍ୟଙ୍କ ସହ ବରିଷ୍ଠ ଅଧିକାରୀ ମଧ୍ଯ ଉପସ୍ଥିତ ରହିବେ।
ଏହି ବୈଠକରେ ନାଟମଣ୍ଡପରେ ଶୃଙ୍ଖଳିତ ଦର୍ଶନ, ରତ୍ନ ଅଳଙ୍କାର ଗଣତି ମଣତି, ଆଦର୍ଶ ଗୁରୁକୁଳ ପ୍ରସଙ୍ଗରେ ଆଲୋଚନା ହେବ । ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ପରିଚାଳନା କମିଟିର ସଦସ୍ୟ ଓ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ରହିବେ ।