ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସରକାରୀ ବାସଭବନରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି, ଯେଉଁ ବୈଠକରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପଧାନ ଉପସ୍ଥିତ ରହିଛନ୍ତି । ଯାହାକୁ ନେଇ ରାଜନୈତିକ ମହଲରେ ହଲଚଲ ଦେଖାଦେଇଛି । ଏଥିସହ ରାଜ୍ୟମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ, ସମ୍ପଦ ସ୍ୱାଇଁ ଏବଂ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ବୈଠକରେ ସାମିଲ ହୋଇଛନ୍ତି ।
ବୈଠକରେ ରାଜ୍ୟର ବିକାଶ ସମ୍ବନ୍ଧୀୟ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଆଲୋଚନା ହୋଇଥିବା ସୂଚନା ମିଳିଛି। ଶିକ୍ଷା, ସାମାଜିକ ସୁରକ୍ଷା ଏବଂ ଅନ୍ୟାନ୍ୟ ଜନକଲ୍ୟାଣମୂଳକ ଯୋଜନା ସମ୍ପର୍କରେ ଏକ ରୋଡମ୍ୟାପ ପ୍ରସ୍ତୁତ କରିବା ପାଇଁ ଏହି ବୈଠକରେ ଗୁରୁତ୍ୱ ଦିଆଯାଇଥିଲା। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତି ଏହି ବୈଠକକୁ ଆହୁରି ଗୁରୁତ୍ୱପୂର୍ଣ୍ଣ କରିଛି, ଯେହେତୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ସମନ୍ବୟ ସ୍ଥାପନ କରି ବିଭିନ୍ନ ପ୍ରକଳ୍ପକୁ ତ୍ୱରାନୱିତ କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ ଥିଲା।