ଭୁବନେଶ୍ୱର: ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନ ଓ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ବର୍ଷା ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତାକାଲି ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ ଓ ଗଜପତି ଜିଲ୍ଲାର କିଛି ସ୍ଥାନ ଓ ଆସନ୍ତା ୨୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର ଓ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତା ୨୧ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏଥିପାଇଁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି ।