ଭୁବନେଶ୍ୱର: ବିଭିନ୍ନ ରୋଗରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିବା ଓଡ଼ିଶାର ସୁନାମଧନ୍ୟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ କୌଣସି ସୁଧାର ଆସି ନାହିଁ । ଅଭିଜିତ ଓରଫ୍ ଦାଦା ଏବେ କୋମାରେ ଥିବା ଭୁବନେଶ୍ୱର ଏମ୍ସ ପକ୍ଷରୁ ବୁଲେଟିନ୍ ଜାରି କରାଯାଇ ସୂଚନା ପ୍ରଦାନ କରାଯାଇଛି ।
ଏମସର ସୂଚନା ଅନୁସାରେ, ଅଭିଜିତ୍ ମଜୁମଦାରଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ରହିଛି । ସେ ବହୁ ବିଧି ରୋଗରେ ପୀଡ଼ିତ ଅଛନ୍ତି । ସେ ବର୍ତ୍ତମାନ କୋମା ଅବସ୍ଥାରେ ରହିଛନ୍ତି । ତାଙ୍କୁ ନିମୋନିଆ ମଧ୍ୟ ହୋଇଛି । ସେ ବର୍ତ୍ତମାନ ଆଇସିୟୁରେ ଭେଣ୍ଟିଲେଟରରେ ରହିଛନ୍ତି ।
ପ୍ରକାଶ ଥାଉକି, ଅଭିଜିତ ମଜୁମଦାର ପ୍ରଥମେ କଟକରେ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ଲିଭର ଜନିତ ରୋଗରେ ପୀଡିତ ହୋଇ ଗତ ସପ୍ତାହରୁ କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ ଅଭିଜିତ। ମାତ୍ର ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଗତକାଲି ସକାଳେ କଟକରୁ ଏମ୍ସ ସ୍ଥାନାନ୍ତର ହୋଇଥିଲେ । ଅଭିଜିତଙ୍କ ବ୍ରେନରେ ସୋଡିୟମ କମିଥିବା ଏବଂ ନିଶ୍ୱାସ ନେବାରେ ସମସ୍ୟା ହେଉଥିବା କୁହାଯାଉଥିଲା । ଟ୍ରମା ସେଣ୍ଟରରେ ପ୍ରାଥମିକ ଚିକିତ୍ସା ପରେ ସେଣ୍ଟ୍ରାଲ ଆଇସିୟୁରେ ଭର୍ତ୍ତି କରାଯିବ ବୋଲି ସୂଚନା ମିଳିଥିଲା ଏବଂ ଅଭିଜିତ ମଜୁମଦାରଙ୍କ ସାଥିରେ ଆସିଥିବା ଡାକ୍ତର ଅମ୍ରିତ ପାଟ୍ଟଯୋଶୀଙ୍କ ସୂଚନା ଦେଇ କହିଥିଲେ ଯେ- ଅଭିଜିତ ଗୁରୁତର ଅଛନ୍ତି ।
ସେପଟେ ପୁରା ଓଲିଉଡ୍ କଳାକାରମାନେ ଅଭିଜିତଙ୍କ ଆଶୁ ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି ।