ଭୁବନେଶ୍ୱର ; ଜାନୁଆରୀ ୮ ରେ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ସାମିଲ ହେବା ପାଇଁ ଓଡିଶା ଆସିବେ ମୋଦୀ । ଆସନ୍ତା ୮ ତାରିଖରେ ଭୁବନେଶ୍ୱରରେ ଆସି ପହଂଚିବେ ପ୍ରଧାନମନ୍ତ୍ରୀ । ଏହାପରେ ରାତି ୮ ଟାରେ ବିମାନ ବନ୍ଦରରେ ପହଂଚି ସିଧାସଳଖ ରାଜଭବନ ଯିବେ ଏବଂ ସେଠାରେ ରାତ୍ରୀଯାପନ କରିବେ । ଏହାସହ ୯ ତାରିଖ ସକାଳ ୯.୪୫ ରେ ରାଜଭବନରୁ ଜନତା ମଇଦାନ ଯିବେ ଏବଂ ୯ଟା ୫୫ରେ ଜନତା ମଇଦାନରେ ପହଞ୍ଚିବା ପରେ ୧୮ତମ ପ୍ରବାସୀ ଭାରତୀୟ ସମ୍ମିଳନୀରେ ସାମିଲ ହେବେ। ଏହାପରେ ଦିନ ୧୧ଟା ୫୫ରେ ଦିଲ୍ଲୀ ଅଭିମୁଖେ ବାହାରି ଯିବ ।
ସୂଚନା ଅନୁସାରେ ଆସନ୍ତା ୮ ତାରିଖରୁ ଭୁବନେଶ୍ୱରରେ ଅନୁଷ୍ଠିତ ହେବ ପ୍ରବାସୀ ଭାରତୀୟ ଦିବସ । ଏଥିରେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସମେତ କେନ୍ଦ୍ର ସରକାରଙ୍କ ବହୁ ବରିଷ୍ଠ ମନ୍ତ୍ରୀ, ଅତିଥି, ପ୍ରବାସୀ ଭାରତୀୟ ଓ ବୈଦେଶିକ ବ୍ୟାପାର ବିଭାଗ ଅଧିକାରୀଙ୍କ ସମେତ ବହୁ ଭିଆଇପି ଓ ଭିଭିଆଇପି ଯୋଗ ଦେବେ। ଏହାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଯାନବାହାନ ପାର୍କିଂ ସ୍ଥଳ, ଉତ୍ସବସ୍ଥଳରେ ସୁରକ୍ଷା ବ୍ୟବସ୍ଥା ସହ ଆନୁଷଙ୍ଗିକ ପ୍ରସ୍ତୁତି ସମ୍ପର୍କରେ ବିସ୍ତୃତ ଭାବେ ଡିଜିପି ଖୁରାନିଆ ସମୀକ୍ଷା କରିଛନ୍ତି । କାର୍ଯ୍ୟକ୍ରମରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ସୁରକ୍ଷା ପାଇଁ ୪୦ ପ୍ଲାଟୁନ୍ ପୁଲିସ ଫୋର୍ସ ଓ ୬୫୦ ବରିଷ୍ଠ ପୁଲିସ ଅଧିକାରୀ ଦାୟିତ୍ୱରେ ରହିବେ । ସେହିପରି କେନ୍ଦ୍ରୀୟ ସଶସ୍ତ୍ର ପୁଲିସ ଫୋର୍ସ ମଧ୍ୟ ସଜାଗ ରହିବେ ।