ଭୁବନେଶ୍ୱର: ରାଜ୍ୟରେ ଜାତୀୟ ଶିକ୍ଷାନୀତି-୨୦୨୦ ପ୍ରଣୟନ ନେଇ ରାଷ୍ଟ୍ରୀୟ କର୍ମଶାଳା ଆରମ୍ଭ ହୋଇଛି । ଭୁବନେଶ୍ୱରସ୍ଥିତ ଲୋକସଭା ଭବନରେ କର୍ମଶାଳା ଆରମ୍ଭ ହୋଇଛି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ବିଦ୍ୟାଳୟ ଗଣ ଶିକ୍ଷାମନ୍ତ୍ରୀ ନିତ୍ୟାଗଣ୍ଡ, ଶିକ୍ଷା ସଚିବ ଶାଳୀନ ପଣ୍ଡିତ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରମୁଖ ଉପସ୍ଥିତ ଅଛନ୍ତି ।
ଏହି କର୍ମଶାଳା ଆଗାମୀ ୩ ଦିନ ଧରି ଅନୁଷ୍ଠିତ ହେବ । ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଜାତୀୟ ଶିକ୍ଷାନୀତି-୨୦୨୦ (ଏନଇପି) ପ୍ରଣୟନ କରିବାକୁ ନିଷ୍ପତ୍ତି ନେଇଛନ୍ତି । ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ ମସିହାରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ ହେବ । ପ୍ରଥମ ଶ୍ରେଣୀରେ ନାମ ଲେଖା ପାଇଁ ପିଲାଙ୍କ ବୟସ ସେପ୍ଟେମ୍ବର ସୁଦ୍ଧା ୬ବର୍ଷ ହୋଇଥିବା ବାଧ୍ୟତାମୂଳକ । ଏହା ସହିତ ସବୁ ପ୍ରାଥମିକ ସ୍କୁଲରେ ‘ଶିଶୁ ବାଟିକା’ ଖୋଲିବ । ଏଠାରେ ୫ରୁ ୬ବର୍ଷ ବୟସର ପିଲାମାନଙ୍କୁ ‘ପ୍ରି ସ୍କୁଲ ଶିକ୍ଷା’ରେ ନାମ ଲେଖାଇବାର ସୁଯୋଗ ମିଳିବ ।