ଭୁବନେଶ୍ୱର: ପଡ଼ୋଶୀ ରାଜ୍ୟ ପଶ୍ଚିମବଙ୍ଗରେ ନିପା ଭାଇରସ ଚିହ୍ନଟ ପରେ ଓଡ଼ିଶାରେ ଛନକା ପଶିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡାକ୍ତର ମୁକେଶ ମହାଲିଙ୍ଗଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱ ପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ନିପା ଭାଇରସକୁ ନେଇ କୌଣସି ପ୍ରକାର ଭୟଭୀତ ନ ହେବାକୁ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ।
ବର୍ତ୍ତମାନ ରାଜ୍ୟରେ ନିପା ଭାଇରସ୍ ସଂକ୍ରମିତ କୌଣସି ବ୍ୟକ୍ତିଙ୍କୁ ଚିହ୍ନଟ କରାଯାଇ ନାହିଁ । ତଥାପି ପଶ୍ଚିମବଙ୍ଗ ସୀମାବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ସତର୍କ ରହିବାକୁ ସ୍ୱାସ୍ଥ୍ୟ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷ କରି ବାଲେଶ୍ୱର ଉପରେ ନଜର ରଖାଯାଇଛି । ସନ୍ଦେହ ଜନକ ମାମଲାରେ ତୁରନ୍ତ ଚିହ୍ନଟ କରିବା, ପିପିଇ କିଟ୍ ମହଜୁତ ରଖିବା, ତୁରନ୍ତ ପଦକ୍ଷେପ ଗ୍ରହଣ କରିବା ଉପରେ ଗୁରୁତ୍ୱାରୋପ କରାଯାଇଛି । ସାରା ଭାରତ ବର୍ଷରେ କେବଳ ପଶ୍ଚିମବଙ୍ଗରେ ଦୁଇଟି ସଂକ୍ରମଣ ଚିହ୍ନଟ ହୋଇଛନ୍ତି । ତେଣୁ ଭୟଭୀତ ନ ହେବାକୁ ସ୍ୱାସ୍ଥ୍ୟ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।