ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଭରତପୁର ଥାନା ଅଞ୍ଚଳରେ ଜଣେ ୨୭ ବର୍ଷୀୟା ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ପୁଲିସ ତାଙ୍କ ପଡ଼ୋଶୀଙ୍କୁ ଗିରଫ କରିଛି। ଘଟଣାକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।
ଅଭିଯୋଗ ଅନୁଯାୟୀ, ଅଭିଯୁକ୍ତ ଯୁବକ ଯୁବତୀଙ୍କ ଘରେ ପଶି ତାଙ୍କୁ ଦୁଷ୍କର୍ମ କରିଥିଲେ। ପରେ ଯୁବତୀଙ୍କ ମା’ ତାଙ୍କୁ ନେଇ ଭରତପୁର ଥାନାରେ ପହଞ୍ଚି ଲିଖିତ ଅଭିଯୋଗ ଦାଖଲ କରିଥିଲେ।
ଅଭିଯୋଗ ପାଇବା ପରେ ପୁଲିସ ତୁରନ୍ତ ତଦନ୍ତ ଆରମ୍ଭ କରି ଅଭିଯୁକ୍ତଙ୍କୁ ଗିରଫ କରିଛି। ବର୍ତ୍ତମାନ ଘଟଣାର ସମସ୍ତ ଦିଗକୁ ନେଇ ଅଧିକ ଖୋଳତାଡ଼ ଜାରି ରହିଛି।