କଟକ: କଟକରେ ସାତ ମହଲା ବିଶିଷ୍ଟ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ପୋଷ୍ଟ ଗ୍ରାଜୁଏଟ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ପେଡିଆଟ୍ରିକ୍ସ ବା ଶିଶୁ ଭବନର ନୂଆ ବିଲ୍ଡିଙ୍ଗ ଓ ଡାକ୍ତରମାନଙ୍କ ପାଇଁ ହଷ୍ଟେଲର ଉଦ୍ଘାଟନ କରାଯାଇଛି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଆୟୁଷ୍ମାନ ଭାରତ ଯୋଜନା ଶୁଭାରମ୍ଭ ଅବସରରେ ଏହାକୁ ଉଦଘାଟନ କରିଛନ୍ତି ।
୧୫୨.୯ କୋଟି ଟଙ୍କା ବ୍ୟୟରେ ୭ ମହଲା ବିଶିଷ୍ଟ ନୂତନ ଶିଶୁ ଭବନ କୋଠା ନିର୍ମାଣ କରାଯାଇଛି । ନୂତନ ବିଲ୍ଡିଂରେଶଯ୍ୟା ସଂଖ୍ୟା ୪୨୨ରୁ ୮୪୬କୁ ବୃଦ୍ଧି କରାଯାଇଛି । ଏଥିରେ ୧୪୦ଟି ICU ବେଡ୍ ରହିଛି । ସେହିପରି ୧୮୦ ଜଣ ଡାକ୍ତରମାନଙ୍କ ରହଣି ପାଇଁ ହଷ୍ଟେଲର ସୁବିଧା ରହିଛି ।
ଏହା ସହିତ ଭୁବନେଶ୍ୱରର ରାଜ୍ୟ ମେଡିକାଲ କର୍ପୋରେସନ କ୍ୟାମ୍ପସ୍ରେ ଏକ ମାଇକ୍ରୋ-ବାୟୋଲୋଜିକାଲ୍ ଲାବୋରେଟୋରୀର ମଧ୍ୟ ଉଦ୍ଘାଟନ କରାଯାଇଛି। ଏହା ଦ୍ୱାରା ଖାଦ୍ୟ ଓ ପାଣି ସାମ୍ପଲ ଗୁଡିକର ପରୀକ୍ଷା କରାଯାଇ, ତା’ର ମାନ ନିର୍ଦ୍ଧାରଣ କରାଯାଇ ପାରିବ ।