ପୁରୀ: ପାଖେଇ ଆସୁଛି ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କର ଘୋଷଯାତ୍ରା । ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଆସନ୍ତାକାଲି ମହାପ୍ରଭୁଙ୍କ ସ୍ନାନପୂର୍ଣ୍ଣିମା । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ମହାପ୍ରଭୁ । ଆସନ୍ତା ଜୁନ ୨୭ ତାରିଖରେ ଘୋଷଯାତ୍ରା ପାଇଁ ରାଜ୍ୟ ସରକାର, ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଇ ବିଭିନ୍ନ ପଦକ୍ଷେପ ନିଆଯାଉଛି । ମହାପ୍ରଭୁଙ୍କ ରୀତିନୀତି କିପରି ନୀତି ନିର୍ଘଣ୍ଟ ହେବ ସେନେଇ ମଧ୍ୟ ବ୍ୟବସ୍ଥା କରାଯାଇଛି । ରଥ ଉପରକୁ ମୋବାଇଲ ଓ ଅଣସେବାୟତ ଚଢିଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି ।
ଗତବର୍ଷ ଘୋଷଯାତ୍ରା ସମୟରେ ହୋଇଥିବା ଅଘଟଣକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ କହିଥିଲେ ଯେ, ରଥଯାତ୍ରା ସମୟରେ ଅଣସେବାୟତ ରଥ ଉପରକୁ ଚଢ଼ି ପାରିବେ ନାହିଁ । ରଥ ଉପରକୁ ମୋବାଇଲ ନେବାକୁ ମନା । ଯିଏ ଏହି ନିୟମକୁ ଉଲଘଂନ କରିବା ତାହା ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ରଥଯାତ୍ରାରେ ହେଉଥିବା ବିଶୃଙ୍ଖଳାକୁ ଏଡ଼ାଇବା ପାଇଁ ଏପରି ନିଷ୍ପତ୍ତି ନିଆଯାଇଛି ।
ରଥଯାତ୍ରାକୁ ଶାନ୍ତି ଓ ଶୃଙ୍ଖଳାର ସହିତ ସମାପନ କରାଯିବ ସେଥିପାଇଁ ମଧ୍ୟ ପ୍ରସ୍ତୁତି କରାଯାଇଛି ।