ଭୁବନେଶ୍ୱର: ମାର୍ଚ୍ଚ ମାସ ଆରମ୍ଭ ହେଉ ହେଉ ଏବେ ବୈଶାଖ ମାସର ଖରା ଓ ଗରମ ଅନୁଭୂତ ହେଉଛି । ଅଂଶୁଘାତ ମୁକାବିଲା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ପଦକ୍ଷେପ ନେଇଛନ୍ତି । ରାଜ୍ୟରେ ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ଶକ୍ତି ବିଭାଗକୁ ନିର୍ଦ୍ଦେଶ ଦିଆଯାଇଥିବା ନେଇ ଗୃହରେ ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ।
ଅଂଶୁଘାତର ମୁକାବିଲା ପାଇଁ ସରକାର ସମ୍ପୂର୍ଣ୍ଣ ସଜାଗ ରହିଛନ୍ତି । ଖରାଦିନେ କିପରି ବିଦ୍ୟୁତ ସେବା ବ୍ୟାହାତ ନ ହୁଏ ସେଥିପାଇଁ ଧ୍ୟାନ ଦିଆଯାଉଛି । ରାଜ୍ୟର ୩୦ଟି ଜିଲ୍ଲା, ଟ୍ୱିନ୍ ସିଟି, ୧୦ ପୌରାଞ୍ଚଳ ପାଇଁ ହିଟୱେଭ ଆକ୍ସନ ପ୍ଲାନ ହୋଇଛି । ଆଉ ୩୧ ପୌରାଞ୍ଚଳ ପାଇଁ ପ୍ରସ୍ତୁତ ହେବ ସ୍ୱତନ୍ତ୍ର ହିଟୱେଭ ଆକ୍ସନ ପ୍ଲାନ । ରାଜ୍ୟ ଓ ଜିଲ୍ଲାସ୍ତରରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲାଯାଇଛି । ଜାତୀୟ ବିପର୍ଯ୍ୟୟ ତାଲିକାରେ ହିଟୱେଭକୁ ସାମିଲ୍ ପାଇଁ ସୁପାରିସ୍ ହୋଇଛି ବୋଲି ମନ୍ତ୍ରୀ କହିଛନ୍ତି ।