ଭୁବନେଶ୍ୱର: ଓଡ଼ିଶା ପ୍ରଶାସନିକ ଅଧିକାରୀ ମିର୍ଦ୍ଧା ଟପ୍ପୋ ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବଭାବେ ନିଯୁକ୍ତ ପାଇଛନ୍ତି । ଓଏଏସ୍ ଟପ୍ପୋ ବର୍ତ୍ତମାନ କେନ୍ଦୁଝର ଡୁଡାର ପ୍ରକଳ୍ପ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରୁଛନ୍ତି । ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୋମବାର ବିଜ୍ଞପ୍ତି ପ୍ରକାଶ ପାଇଛି ।