ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ସନ୍ଧ୍ୟା ୬ଟା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିବ । ଆଜିର ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ରାଜ୍ୟ ସରକାର ମଞ୍ଜୁର କରିପାରନ୍ତି । ତେବେ କେଉଁ କେଉଁ ପ୍ରସ୍ତାବ ଉପରେ ଚୂଡ଼ାନ୍ତ ମୋହର ପଡ଼ିବ, ସେନେଇ ସରକାର ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସଙ୍କେତ ମିଳିନାହିଁ।