ଭୁବନେଶ୍ୱର: ବିହାର ପାଟନାରେ ମୃତ ଓଡ଼ିଆ ଶ୍ରମିକଙ୍କ ପରିବାର ପାଇଁ ସହାୟତା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହା ସହିତ ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିଛନ୍ତି ।
ମୃତ ଶ୍ରମିକ ମନୋଜ ବେହେରା ଏବଂ କାଦୁଆ ଗାଁର ବିଜୟ ବେହେରାଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ରାଜ୍ୟ ସରକାର ୬ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି ଘୋଷଣା କରିଛନ୍ତି । ଏହା ସହିତ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଗଭୀର ଶୋକ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।
ଗତ ୨୮ ତାରିଖରେ ବିହାରର ପାଟଣାଠାରେ ନିର୍ମାଣଧୀନ ମେଟ୍ରୋ ରେଳ ପ୍ରକଳ୍ପରେ ଦୁର୍ଘଟଣା ଘଟିଥିଲା । ଏଥିରେ କାର୍ଯ୍ୟକରୁଥିବା ଦୁଇ ଓଡିଆ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା । ମୃତକମାନେ ହେଲେ ନୟାଗଡ ଜିଲ୍ଲା ଗଣିଆ ବ୍ଲକ ରାସଙ୍ଗ ପଞ୍ଚାୟତ ଗୋଛାବାଡି ଗାଁର ମନୋଜ ବେହେରା ଏବଂ କାଦୁଆ ଗାଁର ବିଜୟ ବେହେରା । ଏହା ସହିତ ୮ ଜଣ ଶ୍ରମିକ ଗୁରୁତର ଆହତ ହୋଇଥିଲେ ।