ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ବଢିଲା ମହଙ୍ଗା ଭତ୍ତା । ୨ ପ୍ରତିଶତ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଘୋଷଣା କରିଛନ୍ତିି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଏବେ ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନ୍ସନଭୋଗୀମାନଙ୍କ ଟି.ଆଇରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।