ଭୁବନେଶ୍ୱର: ରାଜ୍ୟ ସରକାର ଅନୁଦାନ ପ୍ରାପ୍ତ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଶିକ୍ଷକ ଓ କର୍ମଚାରୀମାନଙ୍କ ଗ୍ରାଚୁଇଟି ବୃଦ୍ଧି କରିଛନ୍ତି । ସରକାରୀ ଅନୁଦାନ ପ୍ରାପ୍ତ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀମାନଙ୍କ ମୃତ୍ୟୁ ଓ ଅବସରକାଳୀନ ଗ୍ରାଚୁଇଟି ୫ ଲକ୍ଷରୁ ୭.୫ ଲକ୍ଷ ଟଙ୍କାକୁ ବୃଦ୍ଧି ହୋଇଛି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୁରୁବାର ଅନୁମୋଦନ ଦେଇଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀ ନିଜ ସୋସିଆଲ ମଡ଼ିଆ ଆକାଉଣ୍ଟରେ ସୂଚନା ଦେଇଛନ୍ତି ।