ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷା ଜାରି ରହିଥିବାବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ବର୍ଷାର ଭୀଷଣତାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ୮ଟି ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ଛୁଟି ଘୋଷଣା କରାଯାଇଛି।
ଏହି ୮ଟି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ବନ୍ଦ
ପ୍ରବଳ ବର୍ଷା ଓ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଆଖିଆଗରେ ରଖି ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ଗଜପତି, କୋରାପୁଟ, ରାୟଗଡ଼ା, ଗଞ୍ଜାମ ଏବଂ କେନ୍ଦ୍ରାପଡ଼ା ଜିଲ୍ଲାରେ ସମସ୍ତ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ଆଜି ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।
ବାରିପଦା-ଭୁବନେଶ୍ୱର ଯୋଗାଯୋଗ ବିଚ୍ଛିନ୍ନ
ଅନ୍ୟପଟେ କ୍ରମାଗତ ବର୍ଷା ଯୋଗୁ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ଉଦଳା ନାଲୁଆ ନଈ ପୋଲ ଉପରେ ୪ ଫୁଟ୍ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେଉଥିବା ଦେଖିବାକୁ ମିଳିଛି।
ଫଳରେ ଉଦଳା-ବାରିପଦା ରାଜ୍ୟ ରାଜପଥ-୧୯ ଉପରେ ଯାତାୟାତ সম্পୂର୍ଣ୍ଣ ଭାବେ ବାଧାପ୍ରାପ୍ତ ହୋଇଛି। ପୋଲ ଉପରେ ପାଣି ଜମି ରହିବାରୁ ବାରିପଦାରୁ ଭୁବନେଶ୍ୱର ମଧ୍ୟରେ ସିଧାସଳଖ ଯୋଗାଯୋଗ ସମ୍ପୂର୍ଣ୍ଣ ଭାବେ ବିଚ୍ଛିନ୍ନ ହୋଇପଡ଼ିଛି।