ଭୁବନେଶ୍ଵର: ପ୍ରଥମ ଥର ଓଡ଼ିଶାରେ ଆୟୋଜିତ ହେବାକୁ ଯାଉଛି ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀ । ଆସନ୍ତା ଅଗଷ୍ଟ ୨୯ ଏବଂ ୩୦ ତାରିଖରେ ଦୁଇ ଦିନ ଧରି ଚାଲିବ ଏହି କାର୍ଯ୍ୟକ୍ରମ । ଏ ନେଇ ବିଧାନସଭା ସଚିବ ସତ୍ୟବ୍ରତ ରାଉତ ସୂଚନା ଦେଇଛନ୍ତି ।
ଆଜି ଲୋକସେବା ଭବନରେ ଏ ସମ୍ପର୍କିତ ବୈଠକ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ଅଗଷ୍ଟ ୨୯ରେ ଲୋକସେଭା ଭବନର କନଭେନସନ୍ ହଲରେ ଜାତୀୟ ସମ୍ମିଳନୀ ଆୟୋଜିତ ହେବ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି । ସେହିପରି ଲୋକସେବା ବାଚସ୍ପତିଙ୍କ ସହିତ ଅନ୍ୟ କେନ୍ଦ୍ର ମନ୍ତ୍ରୀ ମାନେ ଯୋଗ ଦେବେ । ଏଥିରେ ସବୁ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ବିଧାନସଭା କମିଟିର ଜଣେ ଅଧ୍ୟକ୍ଷ, ୫ଜଣ ସଦସ୍ୟ ଏବଂ ୪ ଜଣ ବିଧାୟକ ଯୋଗଦେବେ । ଏହା ସହିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂସଦୀୟ କମିଟିର ୩୦ଜଣ ସଦସ୍ୟ ଯୋଗଦେବେ । ୧୯୯୪ ପରେ ପ୍ରଥମ ଥର ପାଇଁ ଓଡ଼ିଶାରେ ସଂସଦୀୟ କମିଟି ବୈଠକ ଅନୁଷ୍ଠିତ ହେବ ।