ଭୁବନେଶ୍ୱର: ଭୁବନେଶ୍ୱରରେ ଜଣେ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍ରେ ଆକ୍ରାନ୍ତ ହୋଇଛନ୍ତି । ସେ ଏକ ଘରୋଇ ମେଡ଼ିକାଲରେ ଚିକିତ୍ସାଧୀନ ଅଛନ୍ତି । ସମ୍ପୃକ୍ତ ଘରୋଇ ମେଡ଼ିକାଲ ପକ୍ଷରୁ ଏହି ସୂଚନା ପ୍ରଦାନ କରାଯାଇଛି । ତେବେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏ ନେଇ କୌଣସି ଆନୁଷ୍ଠାନିକ ସୂଚନା ଦିଆଯାଇ ନାହିଁ ।
ଉଲ୍ଲେଖନୀୟ, ନିକଟରେ ପଡ଼ୋଶୀ ରାଜ୍ୟ ଆନ୍ଧ୍ର ପ୍ରଦେଶରେ ଆନ୍ଧ୍ର ପ୍ରଦେଶରେ ୧୨ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୪ ଜଣ ସଂକ୍ରମିତ ପ୍ରାଣ ହରାଇଥିଲେ । ଏହା ପରେ ସୀମାନ୍ତ ଜିଲ୍ଲା ଗୁଡ଼ିକରେ ହାଇଆଲର୍ଟ ଜାରି କରାଯାଇଥିଲା । ଗଞ୍ଜାମ ଜିଲ୍ଲାରେ ମାତ୍ର ତିନି ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।