ପୁରୀ: ପୁଣି ଶ୍ରୀମନ୍ଦିର ସୁରକ୍ଷାକୁ ନେଇ ଉଠିଲା ପ୍ରଶ୍ନ । ଶ୍ରୀମନ୍ଦିର ଉପରକୁ ଚଢିବାକୁ ଉଦ୍ୟମ କରୁଥିବା ବେଳେ ଜଣେ ବ୍ୟକ୍ତି ଧରାପଡ଼ିଛନ୍ତି । ବେହରଣ ଦ୍ଵାର ପଟରୁ ପ୍ରାୟ ୫ ରୁ ୭ ଫୁଟ୍ ଚଢ଼ି ସାରିଥିବା ବେଳେ ଜଗନ୍ନାଥ ମନ୍ଦିର ପୋଲିସ JTP ହାତରେ ଧରାପଡିଲେ । ପରେ ତାଙ୍କୁ ସିଂହଦ୍ୱାର ପୋଲିସ ଜିମା ଦିଆଯାଇଛି । ଅଟକ ବ୍ୟକ୍ତି ଜଣଙ୍କ ବିହାରର ବୋଲି ଜଣାପଡିଛି ।
ସୂଚନା ଅନୁସାରେ, ବ୍ୟକ୍ତି ଜଣଙ୍କ ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ଆସିଥିଲେ । ଦକ୍ଷିଣ ଘର ବାଟରେ ବ୍ୟକ୍ତି ଜଣକ ଉପରକୁ ଚଢ଼ିବାକୁ ଚେଷ୍ଟା କରିଥିଲେ । ଏପିରିକି ୫ ରୁ ୭ ଫୁଟ୍ ଚଢିସାରିଥିବା ବେଳେ କାବୁ କରିଥିଲେ ପୋଲିସ । ବ୍ୟକ୍ତି ଜଣଙ୍କର ମାନସିକ ସ୍ଥିତି ଦୁର୍ବଳ ଥିବା ସୂଚନା ମିଳିଛି । ତେବେ ଏନେଇ ଅଧିକ ଛାନ୍ ଭିନ କରୁଛି ସିଂହଦ୍ୱାର ପୋଲିସ ।