ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବକଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପୋଲିସ ଘଟଣାର ତଦନ୍ତ ଜାରି କରିଛି ।
ସୂଚନା ଅନୁସାରେ, ଆଜି ସକାଳୁ ଭୁବନେଶ୍ୱର ଗଣ୍ଡମୁଣ୍ଡା ଛକରେ ଥିବା ମଧୁସୂଦନ ପାର୍କ ନିକଟରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଝୁଲନ୍ତା ମୃତଦେହ ଦେଖି ସ୍ଥାନୀୟ ଲୋକ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ, ପୋଲିସ ଘଟଣାସ୍ଥଳରୁ ମୃତଦେହକୁ ଜବତ କରିଥିଲା । ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ହତ୍ୟା ନା ଜୀବନ ହାରିବା ତାହାର କୌଣସି ପ୍ରମାଣ ମଧ୍ୟ ମିଳିନାହିଁ । ଏ ପର୍ଯ୍ୟନ୍ତ ମୃତକଙ୍କର କୌଣସି ଖବର ମିଳିନାହିଁ । ପୋଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି ।