ଭୁବନେଶ୍ୱର: ରାଜଧାନୀରେ ଅଘଟଣ। ଡ୍ରେନରେ ପଡି ଚାଲିଗଲା ଯୁବକଙ୍କ ଜୀବନ। ଭୁବନେଶ୍ୱର ସାଲିଆସାହିରେ ଥିବା ଏକ ମୁକୁଳା ଡ୍ରେନରେ ଖସିପଡି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଉଛନ୍ତି ସେହି ବସ୍ତିର ସିନୁ ଗାଗରାଇ।
ଘଟଣା ମୁତାବିକ, ବିଏମସି ତରଫରୁ ନୂଆ ରାସ୍ତା ପାଇଁ ପ୍ରସ୍ତୁତ ହେଉଥିବା ରାସ୍ତା କଡ ଡ୍ରେନରେ ଗୋଡ ଖସିଯିବାରୁ ମୁକୁଳା ଡ୍ରେନରେ ପଡିଯାଇଥିଲେ ସେହି ବସ୍ତିର ସିନୁ ଗାଗରାଇ। ତାଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ବେଳେ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ହେଲେ ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ ଡାକ୍ତର।
ସେପଟେ ଘଟଣାକୁ ନେଇ ବିଏମସି ପକ୍ଷରୁ ପ୍ରତିକ୍ରିୟା ମିଳିପାରିନି। ଅନ୍ୟପଟେ ଯୁବକଙ୍କ ମୃତ୍ୟୁରେ ପରିବାର ସଦସ୍ୟ ଗଭୀର ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ପୀଡ଼ିତ ପରିବାରଙ୍କୁ ସରକାରଙ୍କ ତରଫରୁ ସହାୟତା ଯୋଗାଇ ଦେବାକୁ ଦାବି ହୋଇଛି।