ଅନୁଗୋଳ: ଅନୁଗୋଳ ଜିଲ୍ଲା ସମଲ୍ ଥାନା ଅନ୍ତର୍ଗତ ୧୪୯ ନମ୍ବର ଜାତୀୟ ରାଜପଥ ବୁରୁକୁନା ଛକ ନିକଟରେ ଏକ ଓଏସଆରଟିସି ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଜଗନ୍ନାଥ ଏକ୍ସପ୍ରେସରେ ଯାତ୍ରୀବାହୀ ବସଟି ବସ ଓଲଟିପଡ଼ିଛି । ଫଳରେ ୨୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବାବେଳେ ୬ ଜଣ ଗୁରୁତର ଅଛନ୍ତି ସମସ୍ତଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତିକରାଯାଇଛି ।
ଆଜି ସକାଳେ ଓଏସଆରଟିସି ବସ୍ ପୁରୀରୁ ଯାତ୍ରୀଙ୍କୁ ନେଇ ସୁନ୍ଦରଗଡ଼ ଅଭିମୁଖେ ଯାଉଥିଲା । ବସରେ ପାଖାପାଖି ୫୦ରୁ ଅଧିକ ଯାତ୍ରୀ ଥିଲେ । ଜଗନ୍ନାଥ ଏକ୍ସପ୍ରେସ ରାସ୍ତାରେ ବୁରୁକୁନା ଛକ ନିକଟରେ ବସଟି ହଠାତ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ସେଥିରେ ଯାତ୍ରୀମାନେ ଆହତ ହୋଇଥିଲେ । ଖବର ପାଇ ଘଟଣା ସ୍ଥଳରେ ଅଗ୍ନିଶମ ବିଭାଗ ଓ ଆମ୍ବୁଲାନ୍ସ ପହଞ୍ଚି ଉଦ୍ଧାରକାର୍ଯ୍ୟ କରିଥିଲେ । ସ୍ଥାନୀୟ ଲୋକେ ମଧ୍ୟ ଉଦ୍ଧାରକାର୍ଯ୍ୟ କରିଥିଲେ । ସମସ୍ତଙ୍କୁ ପ୍ରଥମେ ନିକଟସ୍ଥ ଖମାର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପରେ କିଛି ଆହତ ବ୍ୟକ୍ତିଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ, କଟକ ଓ ଭୁବନେଶ୍ୱରକୁ ସ୍ଥାନାନ୍ତର କରାଯାଇଥିବା ପ୍ରାଥମିକ ସୂଚନାରୁ ଜଣାପଡ଼ିଛି ।