ଭୁବନେଶ୍ୱର: ଆସନ୍ତା ମେ ତୃତୀୟ ସପ୍ତାହରେ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା ବା ଓଟିଇଟି ପରୀକ୍ଷା ଅନୁଷ୍ଠିତ ହେବ । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ଏ ନେଇ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି । ଅନଲାଇନ୍ ଆବେଦନ ପ୍ରକ୍ରିୟା, ଯୋଗ୍ୟତା ମାନଦଣ୍ଡ, ପରୀକ୍ଷା ତାରିଖ ଏବଂ ସିଲାବସ୍ ଇତ୍ୟାଦି ପରବର୍ତ୍ତୀ ସମୟରେ ପ୍ରକାଶ ପାଇବ ବୋଲି ବିଏସଇ ପକ୍ଷରୁ ବିଜ୍ଞପ୍ତିରେ କୁହାଯାଇଛି ।