ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ପଇତାଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗମଣ୍ଡପ ପରେ ଠାକୁରଙ୍କ ଏହି ସ୍ୱତନ୍ତ୍ର ନୀତି ହେବ। ଏଥିପାଇଁ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି ସମୟରେ ପ୍ରାୟ ୫ ଘଣ୍ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଏହି ନୀତି ପରେ ଭକ୍ତ ଓ ଶ୍ରଦ୍ଧାଳୁ ମହାପ୍ରଭୁଙ୍କ ଦର୍ଶନ କରିପାରିବେ । ତେବେ ଠାକୁରଙ୍କ ଶ୍ରୀଅଙ୍ଗ ସୁରକ୍ଷା ପାଇଁ ଏହି ନୀତି ହେଉଥିବା ସେବାୟତମାନେ କହନ୍ତି ।
ଆସନ୍ତା ୨୩ ତାରିଖ ଅର୍ଥାତ ବୁଧବାର ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୧ ରୁ ୨୪ ତାରିଖ ପର୍ଯ୍ୟନ୍ତ ୪ ଦିନ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି ତଥା ସଂରକ୍ଷଣ କାର୍ଯ୍ୟ ବନ୍ଦ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ୨୧ ରୁ ୨୪ ତାରିଖ ପର୍ଯ୍ୟନ୍ତ ସ୍ୱତନ୍ତ୍ର ନୀତି ଓ ଭକ୍ତଙ୍କ ଭିଡକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି ।