ଭୁବନେଶ୍ୱର: ଆସନ୍ତା ବର୍ଷ ଅଥାର୍ତ ୨୦୨୭ ମସିହା ଜାନୁଆରୀ, ଫେବ୍ରୁଆରୀ ମାସରେ ପଞ୍ଚାୟତ ଓ ପୌର ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ବୈଠକ ଅବସରରେ ରାଜ୍ୟ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି। କାର୍ଯ୍ୟକାଳ ଶେଷ ହେଉଥିବାରୁ ନୂଆ ନିର୍ବାଚନ ହେବ। ସେହି ନିର୍ବାଚନ ପାଇଁ ଶନିବାର ପ୍ରାକ୍ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା ବୋଲି ସେ କହିଛନ୍ତି।
ରାଜ୍ୟ ନିର୍ବାଚନ କମିଶନରଙ୍କ ସୂଚନା ମୁତାବିକ, ଆସନ୍ତା ବର୍ଷ ହେବାକୁ ଥିବା ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ଘରକୁ ଘର ଭୋଟର ସର୍ଭେ ହେବ। ଏଥିଏପିଂ ଆସନ୍ତା ମାର୍ଚ୍ଚ ସୁଦ୍ଧା ଭୋଟର ସର୍ଭେ ସରିବ ବୋଲି ସେ କହିଛନ୍ତି। ତେବେ ଜନଗଣନା ପାଇଁ ମାସେ ବିଳମ୍ବିତ ହୋଇପାରେ ଭୋଟର ସର୍ଭେ। SIR ସହ ଏହି ସର୍ଭେର କୌଣସି ସମ୍ପର୍କ ନାହିଁ ବୋଲି କହିଛନ୍ତି। ଆବଶ୍ୟକସ୍ଥଳେ ବୁଥ୍ ପୁନର୍ଗଠନ ହୋଇପାରେ। ଭୋଟରଙ୍କ ନିକଟରେ ହିଁ ବୁଥ୍ ବ୍ୟବସ୍ଥା କରିବା ପ୍ରାଥମିକ ଲକ୍ଷ୍ୟ ବୋଲି ରାଜ୍ୟ ନିର୍ବାଚନ କମିଶନର କହିଛନ୍ତି।
ଅଧିକ ପଢନ୍ତୁ: ସରିଲା ଉଚ୍ଚସ୍ତରୀୟ ବୈଠକ; ଫେବ୍ରୁଆରୀ ୭ରେ ଟ୍ରିବ୍ୟୁନାଲର ପରବର୍ତ୍ତୀ ଶୁଣାଣି, ତା ପୂର୍ବରୁ ଛତିଶଗଡ଼ ସରକାରଙ୍କ ସହ ହେବ ଆଲୋଚନା