ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରିଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ ସମ୍ପୃକ୍ତି ଥିବା ପରିପ୍ରେକ୍ଷୀରେ ପନ୍ତିବଡୁ ସେବକ ଶ୍ରୀ ଚନ୍ଦନ ସାମନ୍ତରା ଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ନିଲମ୍ବିତ କରାଯାଇଛି l ଶ୍ରୀ ଜଗନ୍ନାଥ ମନ୍ଦିର ଆଇନ୍-1955ର 21ଖ (କ) ଧାରା ଅନୁସାରେ ଏହି ନିଳମ୍ବନ ଆଦେଶ ଜାରି କରାଯାଇଛି l ଏଥିସହ ଶ୍ରୀ ସାମନ୍ତରାଙ୍କ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶକୁ ନିଷିଦ୍ଧ କରାଯାଇଛି l ଘଟଣାରେ ଶ୍ରୀ ସାମନ୍ତରା ଙ୍କ ସମ୍ପୃକ୍ତି ନେଇ ରିପୋର୍ଟ ଆସିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି କଡା କାର୍ଯ୍ୟାନୁଷ୍ଠାନ ନେଇଛନ୍ତି l ପରବର୍ତ୍ତୀ ସମୟରେ ଯାହାର ବି ସମ୍ପୃକ୍ତି ଆସିବ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ l
ଶ୍ରୀମନ୍ଦିରରେ କୌଣସି ପ୍ରକାର ବିଶୃଂଖଳାକୁ ବରଦାସ୍ତ କରାଯିବ ନାହିଁ। ଏହି ନିଲମ୍ବନ ଆଦେଶ ଏହାର ନିଦର୍ଶନ। ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟ ତରଫରୁ ସୂଚନା ମିଳିଛି।