ରାଇରଙ୍ଗପୁର : ମୟୁରଭଞ୍ଜ ଜିଲ୍ଲା ବହଳଦା ଥାନା ଜିଆଳଦା ଚେଞ୍ଚଡା ଗଳାପୋଲ ନିକଟରେ ଏକ ଅଘଟଣ ଘଟିଯାଇଛି । ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ ରାସ୍ତା କଡକୁ ଓଲଟି ପଡିଛି । ଫଳରେ ୧୭ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି ।
ସୂଚନା ଅନୁସାରେ ମୟୁରଭଞ୍ଜ ଜିଲ୍ଲା ଝରାଡିହିରୁ କରଞ୍ଜିଆ ଯାଉଥିବା ଅପ୍ପୁ ନାମକ ଯାତ୍ରୀବାହୀ ବସ୍ ଯାଉଥିବା ସମୟରେ ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଥିଲା । ଫଳରେ ୧୭ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ଥିବାରୁ ତାଙ୍କୁ ବାରିପଦା ପିଆରଏମ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ଓ ବହଳଦା ପୋଲିସ ପହଞ୍ଚି ଅଧିକ ତଦନ୍ତ ଆରମ୍ଭ କରିଛନ୍ତି ।