ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା ବଣାଇ ଥାନା କେଲୋ ଛକ ନିକଟରେ ଏକ ଅଘଟଣ ଘଟିଯାଇଛି । ଭାରସାମ୍ୟ ହରାଇ ଗଛରେ ଏକ ପିକଅପ ଗାଡି ପିଟି ହୋଇଯାଇଛି । ଯାହା ଫଳରେ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୫ରୁ ଉର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି ।
ସୂଚନା ଅନୁସାରେ କେନ୍ଦ୍ରିକଳା ଗାଁରେ ବନ ବିଭାଗର ଚାରା ରୋପଣ ପାଇଁ ୩୦ରୁ ୪୦ ଜଣ ଯୁବକ ଓ ମହିଳା ଏକ ପିକଅପ ଗାଡିରେ ଯାଉଥିଲେ । ଏହି ସମୟରେ ଗାଡିଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲା । ଯାହା ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୫ରୁ ଉର୍ଦ୍ଧ୍ୱ ଲୋକ ଆହତ ହୋଇଛନ୍ତି । ତେବେ ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ବଣାଇ ମେଡିକାଲରେ ତାଙ୍କର ଚିକିତ୍ସା ଜାରି ରହିଥିବା ସୂଚନା ରହିଛି ।
ଅଧିକ ପଢନ୍ତୁ: ଝିଆରୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ବଡ଼ବାପାଙ୍କ ଜୀବନ; କକା ଗୁରୁତର