ଭୁବନେଶ୍ୱର: ପୁଣି ଥରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେ ଆସନ୍ତା ୨୭ ତାରିଖରେ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଗସ୍ତ କରିବେ । ପ୍ରଧାନମନ୍ତ୍ରୀ 'ସେବା ପର୍ବ' କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ସୂଚନା ମିଳିଛି । ଏହି ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହିତ ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ କରିବେ । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ସମୟରେ ସୁରକ୍ଷାକୁ ଦୃଷ୍ଟିରେ ରଖି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।
ପ୍ରଧାନମନ୍ତ୍ରୀ ମୋଦୀଙ୍କ ବ୍ରହ୍ମପୁର ଗସ୍ତ ପୂର୍ବରୁ ପୋଲିସ ଡିଜିପି ରଙ୍ଗେଇଲୁଣ୍ଡା ଏୟାରଷ୍ଟ୍ରିପ୍ରେ ଅନୁଧ୍ୟାନ କରିଛନ୍ତି । ଡିଜିପିଙ୍କ ସହ ଆଇନ ଶୃଙ୍ଖଳା ଏଡିଜି, ଦକ୍ଷିଣାଞ୍ଚଳ ଆଇଜି, ଗଞ୍ଜାମ ଜିଲ୍ଲାପାଳ ଓ ବ୍ରହ୍ମପୁର ଏସ୍ପି ମଧ୍ୟ ଉପସ୍ଥିତ ଅଛନ୍ତି । ମୋଦୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।