ଭୁବନେଶ୍ୱର: ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଆସନ୍ତା ମାସରେ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିପାରନ୍ତି । ଅଗଷ୍ଟ ୩ ତାରିଖରୁ ୫ ତାରିଖ ଯାଏ ଓଡ଼ିଶାରେ ରହିବେ ରାଷ୍ଟ୍ରପତି । ଭୁବନେଶ୍ୱର, କଟକ ଏବଂ ବ୍ରହ୍ମପୁରରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗ ଦେବେ ମହାମହିମ । ଏ ନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଚୂଡ଼ାନ୍ତ କାର୍ଯ୍ୟ ସୂଚୀ ରାଜ୍ୟ ସରକାରଙ୍କୁ ପ୍ରଦାନ କରାଯାଇଛି ।