ପୁରୀ: ଶ୍ରୀକ୍ଷେତ୍ରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶ୍ୱେତଗଙ୍ଗାରେ ପିଣ୍ଡଦାନ ପରେ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ଦର୍ଶନ କରିଛନ୍ତି ମହାମହିମ। ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ମଧ୍ୟ ଉପସ୍ଥିତ ଥିଲେ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ମହାମହିମଙ୍କୁ ଖଣ୍ଡୁଆ ଏବଂ ପଟ୍ଟଚିତ୍ର ପ୍ରଦାନ କରାଯାଇଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଶ୍ରୀମନ୍ଦିରରେ ୪ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି। ତେବେ ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ପୁରୀରେ କେନ୍ଦ୍ରୀୟ ସୁରକ୍ଷା ବାହିନୀ, ବୋମା ନିଷ୍କ୍ରିୟକାରୀ ଦଳ ଓ ଓଡ଼ିଶା ପୁଲିସର ୩୦ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ଏପରିକି ପୁରୀରେ ଦୁଇଦିନ ଯାଏଁ ଅନ୍ୟ ବିମାନ, ହେଲିକପ୍ଟର ଓ ଡ୍ରୋନ ଉଡ଼ାଣ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି।
ଶ୍ରୀମନ୍ଦିରରେ ଦର୍ଶନ ସାରି ରାଷ୍ଟ୍ରପତି ପୁରୀ ରାଜଭବନରେ ବିଶ୍ରାମ କରିବା ପରେ ତାଳବଣିଆ ହେଲିପ୍ୟାଡ୍ରୁ ବାୟୁସେନାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ସେ ପୁରୀରୁ ପ୍ରତ୍ୟାବର୍ତ୍ତନ କରିବେ। ଏହାପରେ ତିନି ଦିନିଆ ମୟୁରଭଞ୍ଜ ଜିଲ୍ଲା ଗସ୍ତରେ ଯିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବ୍ଲୁ-ବୁକ୍ ସିକ୍ୟୁରିଟି ଅନୁଯାୟୀ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସେଠାରୁ ରାଷ୍ଟ୍ରପତି ପୁଣିଥରେ ପୁରୀ ରାଜଭବନକୁ ଯିବେ। ମୟୁରଭଞ୍ଜରେ ମଧ୍ୟ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ମହାମହିମ। ତେଣୁ ରାଷ୍ଟ୍ରପତିଙ୍କ ସ୍ୱାଗତ ପାଇଁ ମୟୁରଭଞ୍ଜବାସୀ ଅପେକ୍ଷାରେ ରହିଛନ୍ତି।
ଅଧିକ ପଢନ୍ତୁ ; ଆଜି ୪ ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ସାଧାରଣ ଦର୍ଶନ