ପୁରୀ: ପୁରୀ ଶରଧାବାଲିରେ ମହାପ୍ରଭୁଙ୍କ ଦିବ୍ୟ ଦର୍ଶନ ପାଇଁ ଲକ୍ଷ ଲକ୍ଷ ଭକ୍ତ ଅତ୍ୟନ୍ତ ଆଗ୍ରହ ଓ ଉତ୍କଣ୍ଠାର ସହ ଆସିଥାନ୍ତି । ଏହି ସମୟରେ ଠେଲାପେଲା ଦଳାଚକଟାରେ ତିନି ଜଣ ଭକ୍ତଙ୍କ ଜୀବନ ଯାଇଛି । ସେମାନଙ୍କ ଭିତରୁ ଦୁଇ ଜଣ ପୁରୁଷ ଥିବା ବେଳେ ଜଣେ ମହିଳାଙ୍କ ମୃତ୍ୟ ହୋଇଛି । ରଥଯାତ୍ରାରେ ଭିଡ଼ ଜନିତ ଅଘଟଣକୁ ୩ ଜଣ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଛି । ଯାହାକୁ ନେଇ ବଡ଼ ଆକ୍ସନ ନେଇଛନ୍ତି ରାଜ୍ୟ ସରକାର ।
ଯାହାକୁ ନେଇ ମୁହଁ ଖୋଲିଛନ୍ତି ଗଜପତି ମହାରାଜା। ସେ କହିଛନ୍ତି,ଏହି ଘଟଣାରେ ମୁଁ ଅତ୍ୟନ୍ତ ଦୁଃଖିତ । ଏଥିସହ ଏହି ଘଟଣାରେ ଗଜପତି ମହାରାଜା ସ୍ବର୍ଗତ ଆତ୍ମାଙ୍କ ସଦଗତି ନିମନ୍ତେ ଶ୍ରୀମହାପ୍ରଭୁଙ୍କ ଶ୍ରୀଚରଣ କମଳରେ ନିବେଦନ କରିଛନ୍ତି ଏବଂ ଶୋକସନ୍ତପ୍ତ ପରିବାରର ସଦସ୍ୟମାନଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏଥିସହ ଏହି ଘଟଣାର ପୁନରାବୃତ୍ତି ଯେପରି ନହୁଏ ସେଥିପାଇଁ ଉପଯୁକ୍ତ ପଦକ୍ଷେପ ନେବାକୁ ରାଜ୍ୟ ସରକାରଙ୍କୁ ନିବେଦନ କରିଛନ୍ତି ।