ପୁରୀ: ହବିଷ୍ୟାଳିଙ୍କ ପାଇଁ ଆସିଲା ବଡ ଖବର। ଚଳିତ ବର୍ଷ ପୁରୀରେ ହବିଷ୍ୟାଳୀଙ୍କ ପାଇଁ ଆରମ୍ଭ ହୋଇଛି ପଞ୍ଜିକରଣ ପକ୍ରିୟା। ଶ୍ରୀକ୍ଷେତ୍ରରେ କାର୍ତ୍ତିକ ବ୍ରତ ୨୦୨୫ ପାଇଁ ଆସନ୍ତା ୧୯ ତାରିଖରୁ ଆବେଦନ କରିପାରିବେ ହବିଷ୍ୟାଳୀ। ଏଥିପାଇଁ ସେମାନେ https/edistrict.odisha.gov.in ଅନଲାଇନ୍ ଲିଙ୍କରେ ଆବେଦନ କରିପାରିବେ।
ଆସନ୍ତା ୧୯ ତାରିଖ ପୂର୍ବାହ୍ନ ୧୦ ଠାରୁ ଧାର୍ଯ୍ୟ ଲକ୍ଷ ପୂରଣ ହେବା ପର୍ଯ୍ୟନ୍ତ ଅନଲାଇନରେ ନିଜର ନାଁ ପଞ୍ଜିକରଣ କରିବା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥର ପ୍ରାୟ ଅଢ଼େଇ ହଜାର ହବିଷ୍ୟାଳୀଙ୍କ ପାଇଁ ବ୍ୟବସ୍ଥା କରାଯାଇଥିବା ବେଳେ ଏନେଇ ବିଜ୍ଞପ୍ତି ଜାରି ହୋଇଛି। ଚଳିବର୍ଷ ପଞ୍ଜୀକରଣ ନିମନ୍ତେ ଆବେଦନ ପ୍ରକ୍ରିୟା ସମ୍ପୂର୍ଣ୍ଣ ଅନଲାଇନ୍ ମାଧ୍ୟମରେ କରାଯିବ। କେଉଁଠି ରହିବେ ଓ ଆଇଡି କାର୍ଡ ଆଦିର ସମସ୍ତ ତଥ୍ୟ ଅନଲାଇନ ମାଧ୍ୟମରେ ହେବାକୁ ଯୋଜନା କରିଛନ୍ତି ପୁରୀ ଜିଲାପାଳ। ୭୦ ବର୍ଷ ବୟସ ପର୍ଯ୍ୟନ୍ତ ବିଧବା ମହିଳା ଓ ୫୦ ରୁ ୭୦ ବର୍ଷ ପର୍ଯ୍ୟନ୍ତ ବିବାହିତ ମହିଳାମାନେ ଆବେଦନ କରିପାରିବେ।
ପ୍ରତିବର୍ଷ ଭଳି ରହଣି, ଜଗନ୍ନାଥ ଦର୍ଶନ, ପ୍ରସାଦ ସେବନ ବ୍ୟବସ୍ଥା କରିବେ ସରକାର। ଏକମାସ ଧରି ସେମାନଙ୍କୁ ନିଶୁଳ୍କ ମହାପ୍ରସାଦ ଯୋଗାଇ ଦିଆଯିବ। ଗତବର୍ଷ ଭଳି ଚଳିତବର୍ଷ ମଧ୍ୟ ବୃନ୍ଦାବତୀ ଭବନ ସହ ଆଉ ତିନଟି କୋଠାରେ ରହିବେ ହବିଷ୍ୟାଳୀ ।