ଗତକାଲି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହେବା ପରେ ବର୍ତ୍ତମାନ ପୁରୀ ପୋଲିସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ଶ୍ରୀମନ୍ଦିର ପରିସରରେ ମୋବାଇଲ ଫୋନକୁ ନିଷେଧ ନେଇ ପୁରୀ ପୋଲିସ ଶ୍ରୀମନ୍ଦିର ଚାରିପଟେ ପୋଷ୍ଟର ମାରିଛି । ଏପରିକି ଏହି ପୋଷ୍ଟରରେ ନିୟମ ଉଲଂଘନକାରୀଙ୍କୁ ଦଣ୍ଡିତ କରାଯିବ ବୋଲି କୁହାଯାଇଛି ।
ସୂଚନା ଅନୁସାରେ ଗତ କିଛି ଦିନ ପୂର୍ବରୁ ଅର୍ଥାତ ଜାନୁଆରୀ ୧୯ ତାରିଖରେ ଶ୍ରୀମନ୍ଦିର ଗର୍ଭଗୃହର ଭିଡିଓ ଗଣମାଧ୍ୟମରେ ଭାଇରାଲ ହୋଇଥିଲା । ଯେଉଁଥିରେ ରତ୍ନ ସିଂହାସନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅବସ୍ଥାନ ମଧ୍ୟ ସ୍ପଷ୍ଟ ଭାବେ ଦୃଶ୍ୟମାନ ହେଉଥିଲା। ଯାହାକୁ ନେଇ ବର୍ତ୍ତମାନ ପୁଲିସ୍ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।