ଭୁବନେଶ୍ୱର : ରାଜ୍ୟରେ ତାତିରୁ ମିଳିବ ଆଶ୍ୱସ୍ତି । ଗତ ଦସ୍ୱବ ଦିନ ହେବ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ରହିଥିବା ବେଳେ ଆଉ ଦୁଇ ଦିନ ପାଇଁ ୬ ଟି ଜିଲ୍ଲାକୁ ଆଲର୍ଟ ଜାରି କରିଛି ଆଂଚଳିକ ପାଣିପାଗ ବିଭାଗ । ଏହିସବୁ ଜିଲ୍ଲା ଗୁଡିକ ହେଉଛି ମୟୂରଭଂଜ, ବାଲେଶ୍ୱର , ଭଦ୍ରକ , ମାଲକାନଗିରି , କୋରାପୁଟ ଓ ରାୟଗଡା ।
ଆଜି ଉତ୍ତର ଓଡ଼ିଶାର କିଛି ଜିଲ୍ଲା ସହ ଗଞ୍ଜାମ ଓ ଗଜପତିରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ବିଜୁଳି, ଘଡ଼ଘଡ଼ି ଓ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୬ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହାସହ ଆସନ୍ତା ୪ ଦିନ ଯାଏ ରାଜ୍ୟରେ ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନଥିବା ସୂଚନା ମିଳିଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି ଏବଂ ଗଞ୍ଜାମ ଜିଲାର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବ ରହିବ। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ମାଲକାନଗିରି, କୋରାପୁଟ ଏବଂ ରାୟଗଡ଼ା ଜିଲାକୁ ବଜ୍ରପାତ ଏବଂ ଘଣ୍ଟା ପ୍ରତି ୩୦ରୁ ୪୦କି.ମି. ବେଗରେ ପବନ ବହିବା ସମ୍ଭାବନା ଥିବାରୁ ଏହି ଜିଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।