ଭୁବନେଶ୍ୱର: ଗାଙ୍ଗୀୟ-ପଶ୍ଚିମବଙ୍ଗ ଉପତ୍ୟକା ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହାର ପ୍ରଭାବରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଝାରସୁଗୁଡା, ସମ୍ବଲପୁର, ବରଗଡ଼ , ନୂଆପଡା, ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ୧୪ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ଭଦ୍ରକରୁ ଗଞ୍ଜାମ ଏବଂ ଉପକୂଳ ଜିଲ୍ଲାରେ ବର୍ଷା ଜାରି ରହିବାର ସମ୍ଭାବନା ରହିଛି । ସେହିପରି ସୁନ୍ଦରଗଡ଼, ଝାରସୁଗୁଡା, ସମ୍ବଲପୁର ଏବଂ ଦେବଗଡ଼ରେ ମଧ୍ୟ ୮ ତାରିଖରେ ବର୍ଷା ନେଇ ସତର୍କ କରାଯାଇଛି । ରାଜ୍ୟରେ ଗତ କିଛି ଦିନ ହେବ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଫଳରେ ଅଧିକାଂଶ ଜିଲ୍ଲାରେ ବନ୍ୟା ସ୍ଥିତି ମଧ୍ୟ ସୃଷ୍ଟି ହୋଇଛି । ଲୋକଙ୍କ ଘରେ ପାଣି ପଶିବା ସହିତ ଜନଜୀବନ ଅସ୍ତବ୍ୟସ୍ତ କରିଦେଉଛି ।