ଭୁବନେଶ୍ୱର: ପୁଣି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଆସନ୍ତା ୭ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଲଘୁଚାପ କ୍ଷେତ୍ରରେ ପରିଣତ ହେବ । ଯାହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ସୂଚନା ମିଳିଛି । ଏନେଇ ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଭଲ ବର୍ଷା ହେବାର ସମ୍ଭାବନା ରହିଛି କିନ୍ତୁ ଅତିପ୍ରବଳ ବର୍ଷା ଆଶଙ୍କା ନାହିଁ। ଆସନ୍ତାକାଲିଠୁ ରାଜ୍ୟରେ ବର୍ଷାର ପରିମାଣ ବଢିବା ନେଇ ସୂଚନା ମିଳିଛି । ଆସନ୍ତାକାଲି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ସମେତ ପଶ୍ଚିମ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ସମ୍ଭାବନା ରହିଛି ।
ରାଜ୍ୟରେ ବର୍ଷା ଜାରି ରହିଛି । ରାଜ୍ୟରେ ପ୍ରବଳ ବର୍ଷା ସହ ବିଜୁଳି ଓ ଘଡଘଡି ମଧ୍ୟ ହେଉଛି । ସେଥିପାଇଁ ଲୋକଙ୍କୁ ସତର୍କ ସୂଚନା ମଧ୍ୟ ଦିଆଯାଇଛି ।