ଭୁବନେଶ୍ୱର: ରାଜ୍ୟରେ ଆହୁରି ୪ ଦିନ ପ୍ରବଳ ବର୍ଷା । ଅନେକ ସ୍ଥାନରେ ବର୍ଷା ସହ ଘଡଘଡି ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଦକ୍ଷିଣ ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହା ସହ ଉତ୍ତର ପୂର୍ବ ବଙ୍ଗୋପସାଗରରୁ ଦକ୍ଷିଣ ପୂର୍ବ ଆଡକୁ ଟ୍ରପ ଲାଇନ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ୪ ଦିନ ଯାଏ ବର୍ଷାର ସମ୍ଭାବନା ରହିଛି ।
ଆଜି ନୂଆପଡ଼ା, ସୁନ୍ଦରଗଡ଼ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହିତ ବଜ୍ରପାତ ହେବ। ତେଣୁ ଏହି ସବୁ ଜିଲ୍ଲା ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ୩୦ରୁ ୪୦ କିମି ବେଗରେ ପବନ ବହିବାର ସମ୍ଭାବନା ମଧ୍ୟ ରହିଛି । ଏହାସହ ଗତକାଲି ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁରକୁ ୟେଲୋ ଆଲର୍ଟ ଜାରି ହୋଇଛି । ଅନ୍ୟ ଜିଲ୍ଲାମାନଙ୍କରେ ବିଜୁଳି ଘଡ଼ଘଡ଼ି ସହ ହାଲୁକା ବର୍ଷାର ସମ୍ଭାବନା ରହିଛି । ତେବେ ଆସନ୍ତା ୧୬ ତାରିଖ ଯାଏ ସାରା ରାଜ୍ୟରେ ଏପରି ପାଣିପାଗ ଲାଗି ରହିବ ବୋଲି ପାଣିପାଗ ବିଭାଗ ବିଭାଗ ପକ୍ଷରୁ ଅନୁମାନ କରାଯାଉଛି ।