ଭୁବନେଶ୍ୱର: ଗତ କିଛି ଦିନ ହେବ ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ମ୍ୟାମାର ଉପକୂଳ ଓ ସଂଲଗ୍ନବର୍ତ୍ତୀ ଉତ୍ତରପୂର୍ବ ବଙ୍ଗୋପସାଗର ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଆସନ୍ତା ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ଆଲର୍ଟ ଜାରି ହୋଇଛି । ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ଲୋ ପ୍ରେସରର ସମ୍ଭାବନା ଥିବା ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ମଙ୍ଗଳବାର କୋରାପୁଟ ଓ ମାଲକାନଗିରିରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ସହିତ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ନବରଙ୍ଗପୁର ଓ ନୂଆପଡ଼ାରେ ଭାରୀ ବର୍ଷା ଆଶଙ୍କା ଅଛି । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବ ସହିତ ବିଜୁଳି, ଘଡ଼ଘଡ଼ି ସମ୍ଭାବନା ପାଇଁ ୨୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ଏହାସହିତ ବୁଧବାର ନବରଙ୍ଗପୁରରେ ପ୍ରବଳ ବର୍ଷା ଆଶଙ୍କା ଅଛି । ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କୋରାପୁଟରେ ଭାରୀ ବର୍ଷା ହୋଇପାରେ ।