ଦେବଗଡ଼: ଦେବଗଡ଼ରେ ଜିଲ୍ଲାରେ ଲଜ୍ଜା। ନାମଯଜ୍ଞ ଦେଖିବାକୁ ଯାଇଥିବାବେଳେ ୫ ବର୍ଷର ନିରୀହ ନାବାଳିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ। ବାରକୋଟ ଥାନା ଅଂଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି । ପୋଲିସ ଉଦିତ ପାତ୍ର ନାମକ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଛି ।
ପ୍ରାଥମିକ ସୂଚନା ଆଧାରରେ ଗତକାଲି ରାତିରେ ଶିଶୁ କନ୍ୟାଟି ପରିବାର ସହିତ ନାମଯଜ୍ଞ ଦେଖିବାକୁ ଯାଇଥିଲା । ଏହି ସମୟରେ ଶିଶୁଟି ଚିତ୍କାର କରିବାର ଶୁଣା ଯାଇଥିଲା । ସେଠାରେ ଉପସ୍ଥିତ ଥିବା ଲୋକେ ଉକ୍ତ ଯୁବକକୁ କାବୁ କରି ନିସ୍ତୁକ ମାଡ଼ ମାରିଥିଲେ । ଗ୍ରାମବାସୀଙ୍କ ମାଡରେ ଉଦିତଙ୍କ ମୁଣ୍ଡ ଓ ଶରୀରରେ ଆଘାତ ଲାଗିଛି । ପୋଲିସ ତାଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି । ସେହିପରି ଶିଶୁ କନ୍ୟାକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଶିଶୁ କନ୍ୟାର ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ରହିଛି ।
ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି । ସେପଟେ ଅଭିଯୁକ୍ତ ଉଦିତ ସୁସ୍ଥ ହେବା ପରେ ତାକୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯିବାର ସୂଚନା ରହିଛି ।